ଓଡ଼ିଶାଲାଇଭ୍‌ ବ୍ୟୁରୋ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଜି ଜନ୍ମଦିନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମୋଦୀଙ୍କ ପାଇଁ ସୁସ୍ଥ ଓ ଦୀର୍ଘ ଜୀବନର କାମନା କରିଛନ୍ତି ନବୀନ।

ମୋଦୀ ଆଜି ତାଙ୍କ ୬୯ତମ ଜନ୍ମଦିନ ପାଳନ କରୁଛନ୍ତି। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଉପଲକ୍ଷେ ସୋସିଆଲ ମିଡିଆରେ ଦେଶର କୋଣ ଅନୁକୋଣରୁ ଦେଶବାସୀ ମୋଦୀଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିକଟକୁ ବିଦେଶରୁ ମଧ୍ୟ ଶୁଭେଚ୍ଛାର ସୁଅ ଛୁଟୁଛି। ବିଜେପି ମୋଦୀଙ୍କ ଜନ୍ମଦିନ ଲାଗି ସେବା ସପ୍ତାହ ପାଳିନ କରିଛ। ଏହି ଅବସରରେ ବିଜେପି ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମମାନ କରାଯାଇଛି।

Comment