ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀମନ୍ଦିର ସଂସ୍କାର ମାମଲାରେ ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି। ପୁରୀରେ ୭୫ ମିଟର ଉଚ୍ଛେଦ କାର୍ଯ୍ୟ ଆଇନ ଅନୁସାରେ କରିବାକୁ ଜଷ୍ଟିସ୍ ଅରୁଣ ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ୍‌ ମିଶ୍ର କହିଛନ୍ତି ଯେ ଉଦ୍ଦେଶ୍ୟ ଯେତେ ମହତ ଥିଲେ ମଧ୍ୟ ସବୁକିଛି ଆଇନ୍ ଅନୁସାରେ କରାଯାଉ। ଜମି ଅଧିଗ୍ରହଣ ପୂର୍ବରୁ ସମସ୍ତଙ୍କ ଆପତ୍ତି ଅଭିଯୋଗ ଶୁଣିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ପୁରୀ ଓ ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ବିକାଶ ସମ୍ପର୍କିତ ରିପୋର୍ଟ ପ୍ରଦାନ କରିବାକୁ ୨ ସପ୍ତାହ ସମୟ ମାଗିଥିଲେ ଅମିକସ୍ କ୍ୟୁରୀ ରଞ୍ଜିତ କୁମାର। ସୁପ୍ରିମକୋର୍ଟ ତାଙ୍କ ଆବେଦନକୁ ଗ୍ରହଣ କରି ତାଙ୍କୁ ଦୁଇ ସପ୍ତାହ ସମୟ ଦେଇଛନ୍ତି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଅକ୍ଟୋବର ୩ ତାରିଖରେ ହେବ।

Comment