ଓଡ଼ିଶାଲାଇଭ୍ ବ୍ୟୁରୋ

ବଲାଙ୍ଗିରର ରାଜେନ୍ଦ୍ର ଏକକ ବିଶ୍ୱବିଦ୍ୟାଳୟ ଓ ଭବାନୀପାଟଣା ଏକକ ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ (ଆଫିଲିଏଟେଡ୍) ବିଶ୍ୱବିଦ୍ୟାଳୟ କରିବାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏହି ଦୁଇଟି ଏକକ ବିଶ୍ୱବିଦ୍ୟାଳୟକୁ ପରିବର୍ତ୍ତନ କରିବାକୁ ପୂର୍ବରୁ ପ୍ରସ୍ତାବ ଦିଆଯାଇଥିଲା।

ଏହି ଦୁଇଟି ଏକକ ବିଶ୍ୱବିଦ୍ୟାଳୟକୁ ଅନୁବନ୍ଧିତ ବିଶ୍ୱବିଦ୍ୟାଳୟରେ ପରିବର୍ତ୍ତନ କରିବା ଦ୍ୱାରା ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ ଥିବା ୧୧୫ଟି କଲେଜ ମୁକ୍ତ ହୋଇ ଏହି ଦୁଇଟି ଅନୁବନ୍ଧିତ ବିଶ୍ୱବିଦ୍ୟାଳୟ ଅଧିନକୁ ଚାଲିଆସିବ।
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବା ପରେ ବଲାଙ୍ଗିର ଓ ସୁବର୍ଣ୍ଣପୁର ଜିଲ୍ଲାର ପ୍ରାୟ ୬୫ଟି କଲେଜ ଏହା ଅଧିନକୁ ଚାଲିଆସିବ। ସେହିପରି ଭବାନୀପାଟଣା ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ହେବାପରେ କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାର ପ୍ରାୟ ୫୦ଟି କଲେଜ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରୁ ଚାଲିଆସିବ।

ବର୍ତ୍ତମାନ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ ୨୪୦ଟି ବିଶ୍ୱବିଦ୍ୟାଳୟ ରହିଛି। ତା ମଧ୍ୟରୁ ଏହି ୧୧୫ଟି କଲେଜ ମୁକ୍ତ ହେବା ପରେ ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧିନରେ ଆଉ ମାତ୍ର ୧୨୫ ଟି କଲେଜ ରହିବ।

Comment