ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଠଗଡ଼ ତିଗିରିଆ ଅଞ୍ଚଳରେ କଲରାପତରିଆ ବାଘ ମୃତ୍ୟୁ ଘଟଣାରେ ଦୁଇ ବନ୍ୟ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଲା ଯୋଗୁଁ ଦୁଇ ବନ୍ୟ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଥିବା ସୂଚନା ମିଳିଛି।

ଜଣେ ପରେଷ୍ଟର ଏବଂ ଜଣେ ଗାର୍ଡଙ୍କୁ ନିଲମ୍ବିତ କରାଯାଇଛି। ଡିଭିଜନାଲ ଫରେଷ୍ଟ ଅଫିସର(ଡିଏଫ୍‌ଓ) ଏହି ଦୁଇ ବନ୍ୟ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି।ଗତ ମଙ୍ଗଳବାର ଦିନ ଆଠଗଡ଼ ଜଙ୍ଗଲରେ ଏକ କଲରାପତରିଆ ବାଘର ମୃତ୍ୟୁ ହୋଇଥିଲା।

Comment