ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ ବଜ୍ରକବାଟୀ ରୋଡ୍‌ସ୍ଥିତ ବିଏସ୍ଏନ୍ଏଲ୍ ଅଫିସରେ ଅଗ୍ନିକାଣ୍ଡ ଘଟିଛି। ଏହି ଅଗ୍ନିକାଣ୍ଡ ଅଫିସର ଚତୁର୍ଥ ମହଲାରେ ଲାଗିଛି। ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛନ୍ତି।

ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ତେବେ ଏହି ଅଗ୍ନିକାଣ୍ଡରେ ସମସ୍ତ କର୍ମଚାରୀ ସୁରକ୍ଷିତ ଅଛନ୍ତି।

ବିଏସଏନଏଲରେ ଅଫିସରେ ଅଗ୍ନିକାଣ୍ଡ ଘଟିବା ଯୋଗୁଁ ଟେଲିଫୋନ୍ ସେବା ବ୍ୟାହତ ହୋଇଛି।

ନିଆଁ ଲାଗିବା ଫଳରେ ସ୍ଥାନୀୟ ଅଞ୍ଚଳରେ ଧୂଆଁମୟ ପରିସ୍ଥିତି ସୃଷ୍ଟି ହୋଇଛି।

Comment