ଓଡ଼ିଶାଲାଇଭ୍ ବ୍ୟୁରୋ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ତମ ପୂର୍ତ୍ତି ଉତ୍ସବ ପାଳନ ପାଇଁ ରାଜ୍ୟ ସରକାର ଏକ କମିଟି ଗଠନ କରିଛନ୍ତି। ଏହି କମିଟିର ଅଧ୍ୟକ୍ଷ ଭାବେ ମହାକାଳପଡ଼ା ବିଧାୟକ ଅତନୁସବ୍ୟସାଚୀ ନାୟକଙ୍କୁ ମନୋନିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଏହାକୁ ନେଇ କେନ୍ଦ୍ରାପଡ଼ା ବୁଦ୍ଧିଜୀବୀ ଏବଂ ଆଇନଜୀବୀ ଅତନୁଙ୍କୁ ସ୍ୱାଗତ କରିବା ସହ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତି।

କେନ୍ଦ୍ରାପଡ଼ା ଜିଲ୍ଲା ସ୍ୱାଧୀନତା ସଂଗ୍ରାମୀ ସମିତି ସଭାପତି ନକୁଳ ଚରଣ ଦାସ, ବିପ୍ଲବୀ ଆନନ୍ଦ ଚନ୍ଦ୍ର ଜେନା ସ୍ମୃତି କମିଟି ସଭାପତି କରୁଣାକର ଦାସ, ଉପସଭାପତି ପ୍ରଦୀପ କୁମାର ଦାଶ, କେନ୍ଦ୍ରାପଡ଼ା ଜିଲ୍ଲା ସାହିତ୍ୟ ସଂସଦ ସଭାପତି ଡକ୍ଟର ବାସୁଦେବ ଦାସ, ଆଇନଜୀବୀ ସଞ୍ଜୟ କୁମାର ଜେନା, ଗଗନ ବିହାରୀ ଜେନା, ନିରଞ୍ଜନ ବଳ, ମାନସ ରଞ୍ଜନ ଧଳ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।

ମହାତ୍ମା ଗାନ୍ଧୀଙ୍କ ୧୫୦ତମ ପୂର୍ତ୍ତି ଉତ୍ସବ ଉପଲକ୍ଷେ ରାଜ୍ୟ ସରକାର ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହାକୁ କେମିତି ସୁରୁଖୁରୁରେ ସମ୍ପନ୍ନ କରାଯିବ ସେଥିପାଇଁ ରାଜ୍ୟ ସ୍ତରୀୟ କମିଟି ଗଠନ କରିଛନ୍ତି।

Comment