ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ଅକ୍ଟୋବର ୨୧ରେ ବିଜେପୁର ଉପ-ନିର୍ବାଚନ। ଆଜି ଦିଲ୍ଲୀରେ ମୁଖ୍ୟ ନିର୍ବାଚନ କମିଶନ ସୁନିଲ ଅରୋଡ଼ା ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ଅକ୍ଟୋବର ୨୧ରେ ଭୋଟ୍‌ ଗ୍ରହଣ। ୨୪ ତାରିଖରେ ଭୋଟ୍‌ ଗଣତି ହେବ।

ମୁଖ୍ୟ ନିର୍ମାଚନ କମିଶନଙ୍କ ସୂଚନା ଅନୁଯାୟୀ, ବିଜେପୁର ଉପନିର୍ବାଚନ ପାଇଁ ସେପ୍ଟେମ୍ବର ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ସେପ୍ଟେମ୍ବର ୩୦ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେବ। ଅକ୍ଟୋବର ୧ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ ଏବଂ ଅକ୍ଟୋବର ୩ ତାରିଖ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର କରି ହେବ। ୨୧ ରେ ଭୋଟ୍‌ ହେବ।

୨୦୧୯ ସାଧାରଣ ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳି ସହିତ ବରଗଡ଼ର ବିଜେପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରୁ ଜିତିବା ପରେ ସେ ବିଜେପୁର ଆସନ ଛାଡ଼ି ଦେଇଥିଲେ। ବିଜେଡି ଏଥିର ପୂର୍ବତନ ବିଧାୟକ ରୀତା ସାହୁଙ୍କୁ ଏଠାରୁ ପ୍ରାର୍ଥୀ କରିବା ନେଇ ଚର୍ଚ୍ଚା ହେଉଛି।

Comment