ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୫ ତାରିଖ ବେଳକୁ ପୂର୍ବ ବଙ୍ଗୋପସାଗର ଓ ଏହାର ପାଖାପାଖି ଅଞ୍ଚଳରେ ଲଘୁଚାପ ବଳୟ ସୃଷ୍ଟି ହେବ। ଏହି ଲଘୁଚାପ ପ୍ରଭାବରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ଆସାମ, ମେଘାଳୟ, ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ବର୍ଷା ବଢ଼ିବାର ସମ୍ଭାବନା ରହିଛି।

୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନମାନ କରାଯାଇଛି।

୨୧ ତାରିଖରେ କୋରାପୁଟ, ମାଲକାନଗିରି, ନୂଆପଡ଼ା, ଗଜପତି, ରାୟଗଡ଼ା ଓ ନବରଙ୍ଗପୁରର ଅଧିକାଂଶ ସ୍ଥାନରେ ବର୍ଷା ହେବାକୁ ଥିବା ବେଳେ ୨୨ରେ କଳାହାଣ୍ଡି, କନ୍ଧମାଳ ସମେତ ଉପକୂଳ ଓ ଉତ୍ତର ଓଡ଼ିଶାରେ ଗୋଟିଏ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।

୨୩ରେ କୋରାପୁଟ, ନୂଆପଡ଼ା, ମାଲକାନଗିରିରେ ପ୍ରବଳ ବର୍ଷା ହେବ ନେଇ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗ ସୁଚନା ଅନୁଯାୟୀ, ବର୍ତ୍ତମାନ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହେଉଛି। ଖରା ହେବା ସହ ମଘିରେ ମଘିରେ ବର୍ଷା ହେଉଛି।

Comment