ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ହେବାର ଆଶଙ୍କା କରାଯାଉଛି। ଏନେଇ ପାଣିପାଗ ବିଭାଗ ରାଜ୍ୟର ୧୩ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଢ଼େଙ୍କାନାଳ, ନୟାଗଡ଼, ଜଗତସିଂହପୁର, ମୟୁରଭଞ୍ଜ, କେନ୍ଦୁଝର, ଖୋର୍ଦ୍ଧା, ଗଞ୍ଜାମ, ଅନୁଗୁଳ, କଟକ, ପୁରୀ, କେନ୍ଦ୍ରାପଡ଼ା ବାଲେଶ୍ୱର, ଓ ଭଦ୍ରକ ଆଦି ରହିଛି।

ସେହିପରି ଆସନ୍ତା ୨୩ରୁ ୨୪ ତାରିଖ ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ଼, ମୟୁରଭଞ୍ଜ, ଗଞ୍ଜାମ, ନୟାଗଡ଼ ଓ ବାଲେଶ୍ୱର, ଅନୁଗୁଳ, କେନ୍ଦ୍ରାପଡ଼ା, ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ନେଇ ପାଣିପାଭ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

ତେବେ ଆସନ୍ତା ୨୪ ତାରିଖ ପରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆସନ୍ତା ୨୪ରୁ ୨୫ ତାରିଖ ମଧ୍ୟରେ ପୂର୍ବ ଉପକୂଳ ଜିଲ୍ଲାଗୁଡ଼ିକ ଯଥା ଗଞ୍ଜାମ, ପୁରୀ, ଢ଼େଙ୍କାନାଳ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଝାରସୁଗୁଡା ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୫ରୁ ୨୬ ତାରିଖରେ ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବରଗଡ ସମେତ ପୁରୀ, ଦେଓଗଡ଼, ଝାରସୁଗୁଡା, ବାଲେଶ୍ୱର, ଭଦ୍ରକ ଓ ଜଗତସିଂହପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ତେଣୁ ପାଣିପାଗ ବିଭାଗ ପକ୍ଷରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକୁ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

Comment