ଓଡ଼ିଶାଲାଇଭ୍‌ ବ୍ୟୁରୋ

ଦକ୍ଷିଣ ପଶ୍ଚିମ ବଙ୍ଗୋବସାଗରରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାରି ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟା ଭିତରେ ପୁରୀରେ ସର୍ବାଧିକ ୫୪.୬ ମିଲିମିଟର ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ସେହିପରି ରାଜଧାନୀ ଭୁବନେଶ୍ୱରରେ ୩୮ ମିଲିମିଟର ବର୍ଷା ହୋଇଛି।

ଆଜି ମଧ୍ୟ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି। ଏହାକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକକୁ ୟେଲୋ ଓ୍ୱାଣ୍ଣିଂ ଜାରି କରାଯାଇଛି।

ସେହିପରି କଟକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ପୁରୀ, ଖୋର୍ଦ୍ଧା, ଗଞ୍ଜାମରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comment