ଓଡ଼ିଶାଲାଇଭ୍‌ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ତାମିଲିନାଡୁ ଉପକୂଳରେ ସୃଷ୍ଟ ହୋଇଛି ଲଘୁଚାପ। ଲଘୁଚାପର ପ୍ରଭାବ ଓଡ଼ିଶା ସମେତ ତାମିଲିନାଡୁ ଏବଂ ପୁଡୁଚେରୀରେ ପଡ଼ିବ। ଯାହା ଫଳରେ ଆଗାମୀ ୨ ଦିନ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ତେବେ ଆଜି ଦିନ ସାରା ଓଡ଼ିଶାରେ ପ୍ରବଳ ବର୍ଷା ହେବାର ଆଶଙ୍କା କରାଯାଉଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଆଜି ରାତି ସାଢ଼େ ୮ଟା ଯାଏଁ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଏହି ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ପାଣିପାଗ ବିଭାଗ।

ଏହି ଜିଲ୍ଲାଗୁଡ଼ିକ ହେଲେ ମୟୁରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ ଓ ଗଞ୍ଜାମ। ରାତି ୮.୩୦ ଯାଏଁ ଏହି ସ୍ଥାନରେ ପବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅନ୍ୟପକ୍ଷରେ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, କେନ୍ଦୁଝର, କନ୍ଧମାଳ, ବୌଦ୍ଧ ଏବଂ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ବାନା ରହିଛି। ତେବେ କିଛି ସ୍ଥାନରେ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଥିବା ପାଣିପାଗ ବିଭାଗ ସତର୍କ କରାଇଛି।

Comment