ଓଡ଼ିଶାଲାଇଭ୍ ବ୍ୟୁରୋ

(ରାୟଗଡ଼ାରୁ ତୁଷାର ରଞ୍ଜନ ସାହୁ): ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ୧୪ତମ ରୋଗୀ କଲ୍ୟାଣ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲ୍ଲା ଚିକିତ୍ସାଳୟର ସମସ୍ୟା ଓ ଏହାର ସମାଧାନ ସମ୍ପର୍କରେ ଆଲୋଚନା ହୋଇଛି।

ଦୀର୍ଘଦିନରୁ ଚିକିତ୍ସାଳୟରେ ବିଶେଷଜ୍ଞ ଡାକ୍ତରଙ୍କ ପଦ ଖାଲି, ମାତୃଗୃହ କାର୍ଯ୍ୟକାରୀ ଓ ଜରୁରୀକାଳୀନ ଆମ୍ବୁଲାନ୍ସ ବ୍ୟବସ୍ଥା ରୋଗୀଙ୍କ ନିକଟରେ ପହଞ୍ଚି ପାରିବ। ଏଥିସହ ଜିଲ୍ଲା ଡିଏମଆର ପାଣ୍ଠି କିପରି ରୋଗୀଙ୍କ କଲ୍ୟାଣ ଓ ଚିକିତ୍ସାଳୟର ଭିତ୍ତିଭୂମି ଉନ୍ନତି ସକାଶେ ବ୍ୟବହାର ହୋଇପାରିବ ସେ ନେଇ ବୈଠକରେ ଗୁରୁତ୍ୱାରୋପ କରାଯାଇଛି।

ଉକ୍ତ ବୈଠକରେ ଲୋକସଭା ସାଂସଦ ସପ୍ତଗିରି ଉଲ୍ଲାକା, ରାଜ୍ୟସଭା ସାଂସଦ ଏନ.ଭାସ୍କର ରାଓ, ଜିଲ୍ଲାପାଳ ପ୍ରମୋଦ କୁମାର ବେହେରା, ରାୟଗଡ଼ା ବିଧାୟକ ମକରନ୍ଦ ମୁଦୁଲି, ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧିର ଦାସ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସେବା ଅଧିକାରୀ ଆର୍ତ୍ତବନ୍ଧୁ ନାୟକ, ଗୁଣୁପୁର ବିଧାୟକ ତ୍ରିନାଥ ଗମାଙ୍ଗ, ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଶକ୍ତି ମହାନ୍ତି, ପୌରପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ସଚିଦାନନ୍ଦ ଶତପଥୀଙ୍କ ସମେତ ଅନ୍ୟ ପ୍ରମୁଖ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Comment