ଓଡ଼ିଶାଲାଇଭ୍‌ ବ୍ୟୁରୋ

ବିଜେପୁର ଉପ-ନିର୍ବାଚନ ପାଇଁ ବିଜେଡ଼ି ପ୍ରାର୍ଥୀ ଆସନ୍ତା ୩୦ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିବ। ଏନେଇ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ସୂଚନା ଦେଇଛନ୍ତି।

ବିଜେପୁର ଉପ-ନର୍ବାଚନକୁ ନେଇ ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ନବୀନ ନିବାସରେ ବୈଠକ ବସିଥିଲା। ବୈଠକ ପରେ ବିଜେଡି ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି,”ବିଜେପୁର ଉପନିର୍ବାଚନ ପାଇଁ ଆସନ୍ତା ୩୦ ତାରିଖରେ ବିଜେଡି ପ୍ରାର୍ଥୀ ନିଜର ପ୍ରାର୍ଥିପତ୍ର ଦାଖଲ କରିବେ। ବିଜେପୁର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆସନ ଥିଲା। ବିଜେଡି ଏହାକୁ ବଜାୟ ରଖିବ।”

ବିଜେପୁର ନର୍ବାଚନ ପାଇଁ ବର୍ତ୍ତମାନ ସୁଦ୍ଧା ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିନାହିଁ। ତେବେ ଆଜିର ବୈଠକରେ ବିଜେପୁର ପାଇଁ ଆଶାୟୀ ପ୍ରାର୍ଥୀଙ୍କ ତାଲିକା ବିଜେଡି ସୁପ୍ରିମୋଙ୍କୁ ପ୍ରଦାନ କରାଯାଇଛି। ଆଗାମୀ ଦିନରେ ନବୀନ ପ୍ରାର୍ଥୀଙ୍କ ନାଁ ଘୋଷଣା କରିବେ।

ନବୀନ ନିବାସରେ ହୋଇଥିବା ଆଜିର ବୈଠକରେ ବିଜେପୁର ପାଇଁ ପ୍ରସ୍ତୁତ ହୋଇଛି ରଣନୀତି। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ନେତାଙ୍କୁ ବିଜେପୁରର ଦାୟିତ୍ୱ ଦେଇଥିବା ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି।

ବିଜେପୁର ଉପ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କରିବାର ଶେଷ ତାରିଖ ହେଉଛି ସେପ୍ଟେମ୍ବର ୩୦। ଦିନ ୧୧ଟାରୁ ଅପରାହ୍‌ଣ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ ନିଜର ପ୍ରାର୍ଥିପତ୍ର ଦାଖଲ କରିପାରିବେ।

Comment