ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ୧୩ଟି ଜିଲ୍ଲାରେ ବୁଧବାର ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱରସ୍ଥିତି ଆଞ୍ଚଳିକ ପାଣିପାଗ ବିଭାଗ।

କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ବାଲେଶ୍ଵର, ବଲାଙ୍ଗିର, ବରଗଡ଼, ଖୋର୍ଦ୍ଧା, ଭୁବନେଶ୍ୱର, କଟକ, ଯାଜପୁର, ଭଦ୍ରକ, ଏବଂ କେନ୍ଦୁଝର ଜିଲ୍ଲାରେ ବର୍ଷା ସହ ବିଜୁଳି ଏବଂ ଘଡ଼ଘଡ଼ି ମାରିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ କହିବା ଅନୁଯାୟୀ, କଟକ ଓ ଭୁବନେଶ୍ୱରରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୧୨୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ କଟକରେ ୧୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

ଅନ୍ୟପଟେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଗଜପତି ଓ ପୁରୀରେ ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ଜିଲ୍ଲା ପ୍ରଶାସନ।

ତେବେ ୨୭ ତାରିଖ ପରେ ବର୍ଷା କମିବାର ସମ୍ଭାବନା ରହିଛି। ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଁ ଭାଁ ବର୍ଷା ଲାଗି ରହିବ।

Comment