ଓଡ଼ିଶାଲାଇଭ୍ ବ୍ୟୁରୋ

ଗଞ୍ଜାମ ଓ ଗଜପତିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବାରୁ ଜିଲ୍ଲା ପ୍ରଶାସନ ଜିଲ୍ଲାର ସମସ୍ତ ସ୍କୁଲ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି। ଗଞ୍ଜାମ ଜିଲ୍ଲାରେ ୩୫ ମିଲିମିଟର ବର୍ଷା ହୋଇଛି, ଏବେ ବି ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି। କିନ୍ତୁ ସ୍କୁଲରେ ଶିକ୍ଷକମାନେ ଉପସ୍ଥିତ ରହିବେ।

ଲଗାଣ ବର୍ଷା ଯୋଗୁଁ ଗଞ୍ଜାମରେ ସ୍ଥିତି ବେହାଲ। ପରିସ୍ଥିତି ସଙ୍ଗୀନ ହେଲେ ସ୍କୁଲକୁ ଆଶ୍ରୟସ୍ଥଳୀ ଭାବେ ବ୍ୟବହାର କରାଯିବ ବୋଲି ଜିଲ୍ଲା ପ୍ରଶାସନ କହିଛନ୍ତି।

ସେହିପରି ଗଜପତିରେ ବି ସମାନ ପରିସ୍ଥିତି। ଏଥିପାଇଁ ସମସ୍ତ ସ୍କୁଲ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଅନ୍ୟପଟେ କଟକ ଓ ଭୁବନେଶ୍ୱରରେ ସର୍ବାଧିକ ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଭୁବନେଶ୍ୱରରେ ୧୨୬ ମିଲିମିଟର ବର୍ଷା ରେକର୍ଡ ହୋଇଥିବା ବେଳେ କଟକରେ ୧୦୭ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

Comment