ଓଡ଼ିଶାଲାଇଭ୍ ବ୍ୟୁରୋ

ଓଡ଼ିଶାର ସମସ୍ତ ଆରଟିଓକୁ ଦଲାଲମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆସନ୍ତା ୧୫ଦିନ ମଧ୍ୟରେ ରାଜ୍ୟର ସମସ୍ତ ପରିବହନ କାର୍ଯ୍ୟାଳୟ(ଆରଟିଓ)କୁ ଦଲାଲମୁକ୍ତ କରିବାକୁ ସେ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଗୁରୁବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନୂଆ ମୋଟର ଯାନ ଆଇନକୁ ନେଇ ରାଜ୍ୟର ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ, ପୋଲିସ୍ ଏସପି ଓ ପରିବହନ ଅଧିକାରୀଙ୍କ ସହ ଭିଡିଓ କନଫରେନ୍ସି କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଲୋକଙ୍କ ସୁବିଧା ପାଇଁ ଅଧିକ କାଉଣ୍ଟର ଖୋଲିବା ପାଇଁ କହିଥିଲେ।

ଏହାସହ ମଦୁଆ ଡ୍ରାଇଭର ଓ ବେପାରୁଆ ଗାଡ଼ିଚାଳକମାନଙ୍କ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ସଡ଼କ ଦୁର୍ଘଟଣାରେ ଶିକାର ହୋଇଥିବା ଲୋକମାନଙ୍କୁ ଯଥାଶୀଘ୍ର ପ୍ରାଥମିକ ଚିକିତ୍ସା ଯୋଗାଇଦେବାକୁ ସେ କହିଛନ୍ତି। ଏହାସହ ସ୍କୁଲ ଓ କଲେଜମାନଙ୍କରେ ସଡ଼କ ସୁରକ୍ଷା ସଚେତନତା ମାଧ୍ୟମରେ ଲୋକମାନଙ୍କ ମଧ୍ୟରେ ସଡ଼କ ସୁରକ୍ଷା ସଚେତନତା ଅଣାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ ମତପ୍ରକାଶ କରିଛନ୍ତି।

ଏହି ନୂଆ ନିୟମକୁ ରାଜ୍ୟରେ କାର୍ଯ୍ୟକାରୀ କରିବା ପାଇଁ ସମସ୍ତ ସରକାରୀ ବିଭାଗ ସାହାଯ୍ୟ ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

Comment