ଓଡ଼ିଶାଲାଇଭ୍‌ ବ୍ୟୁରୋ

ଅସନ୍ତା ୨୪ ଘଣ୍ଟା ଭିତରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲେ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଖୋର୍ଦ୍ଧା ଓ ଯାଜପୁର।

ସେହିପରି ଆସନ୍ତା ୨୪ ଘଣ୍ଟା ଭିତରେ ୧୧ ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଛି। କନ୍ଧମାଳ, ଗଞ୍ଜାମ, ଖୋର୍ଦ୍ଧା, କଟକ, ପୁରୀ, ଜଗତସିଂହପୁର, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମୟୂରଭଞ୍ଜ ଆଦି ଜିଲ୍ଲାକୁ ସତର୍କତା ଜାରି କରିଛି ପାଣିପାଗ ବିଭାଗ।

ଏହି ସମୟ ଭିତରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନେ ସମୁଦ୍ର ଭିତରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଅକ୍ଟୋବର ୩ ତାରିଖ ପରେ ପାଣିପାଗରେ ପରିବର୍ତ୍ତନ ଆସିବ।

Comment