ଓଡ଼ିଶାଲାଇଭ ବ୍ୟୁରୋ

ବିଚ ରାସ୍ତାରେ ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ। ଏଭଳି ଘଟଣା ଖୋର୍ଦ୍ଧା ଜିଲ୍ଲା ଜଟଣୀ ଅନ୍ତର୍ଗତ ଜାମୁକୋଳି ଗାଁରେ ଘଟିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ଜଟଣୀ ଥାନା ନିକଟରେ ଥିବା ଜାମୁକୋଳି ପଞ୍ଚାୟତର ପାଞ୍ଚଗାଁର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି। ଆକ୍ରମଣ ପରେ ଦୁର୍ବୃତ୍ତ ସେଠାରୁ ଫେରାର ହୋଇଯାଇଛି।  ଏଥିରେ ଯୁବକ ଜଣକ ଗୁରୁତର ଭାବେ ଆହତ ହୋଇଛନ୍ତି।

ଯୁବକଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ତେବେ ପୂର୍ବ ଶତ୍ରୁତାକୁ କେନ୍ର କରି ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି। ଘଟଣାରେ ପୋଲିସ ତଦନ୍ତ ଆରମ୍ଭ କରିଛି।

Comment