ଓଡ଼ିଶାଲାଇଭ ବ୍ୟୁରୋ
ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଯାଇଛି ମା, ଝିଅଙ୍କ ଜୀବନ। ବାପାକୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ଏନଏଚ୍ ୬୦ ରୁପ୍ସା ନିକଟରେ।
ଏକ ବାଇକରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଓ ୧୬ ବର୍ଷର ଝିଅକୁ ନେଇ ଯାଉଥିବା ବେଳେ ରୁପ୍ସା ନିକଟରେ ତାଙ୍କୁ ଏକ ବୋଲେରୋ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ମା, ଝିଅଙ୍କର ମୃତ୍ୟୁ ହୋଇଥିଲା। ବ୍ୟକ୍ତି ଜଣଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଅନ୍ୟପକ୍ଷରେ ଘଟଣାରେ ଉତ୍ୟକ୍ତ ଲୋକେ ରାସ୍ତା ଅବରୋଧ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।