ଓଡ଼ିଶାଲାଇଭ୍‌ ବ୍ୟୁରୋ

ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଅଜି ୧୫୦ତମ ଜନ୍ମ ଜୟନ୍ତୀ ପାଳିତ ହେଉଛି। ଏହି ଅବସରରେ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ନିକଟରେ ରାଜ୍ୟପାଳ ଗଣେଶୀଲାଲ୍‌, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ନେତା ବାପୁଜୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଗାନ୍ଧୀ ମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଛନ୍ତି।

କେବଳ ଓଡ଼ିଶାରେ ନୁହେଁ ସାରାବିଶ୍ୱରେ ଗାନ୍ଧୀଙ୍କ ଜନ୍ମଦିନ ପାଇଁ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଏହି ଦିନଟିକୁ ଆନ୍ତର୍ଜାତିକ ଅହିଂସା ଦିବସ ଭାବେ ମଧ୍ୟ ପାଳନ କରାଯାଉଛି।

ସେପଟେ କଟକରେ ବି ପଦଯାତ୍ରା ଆରମ୍ଭ ହେବ। ଏଥିପାଇଁ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କଟକରେ ପହଞ୍ଚିଛନ୍ତି।

LEAVE A REPLY

Please enter your comment!
Please enter your name here