ଓଡ଼ିଶାଲାଇଭ୍‌ ବ୍ୟୁରୋ

ଗାନ୍ଧୀ ଜୟନ୍ତୀ ଅର୍ଥାତ ଆଜିଠୁ ରାଜ୍ୟରେ ପ୍ଲାଷ୍ଟିକ ବ୍ୟାନ। ନିକଟରେ ଜଙ୍ଗଲ ଓ ପରିବେଶ ବିଭାଗ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏନେଇ ସୂଚନା ଦେଇଥିଲେ।

ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଯେପରି ପ୍ଲାଷ୍ଟିକ ଗ୍ଲାସ, ପଲିଥିନ, ଚାମଚ, ବାଉଳ ଆଦି ବ୍ୟବହାର ଉପରେ ବ୍ୟାନ ଲାଗିବ। ଏଥିସହ ୨୦୦ ମିମିରରୁ କମ ପରିମାଣର ପ୍ଲାଷ୍ଟିକ ପାଣି ବୋତଲ ଉପରେ ମଧ୍ୟ ବ୍ୟାନ ଲାଗିଛି ।ଯଦି କେହି ପ୍ଲାଷ୍ଟିକ ପଲିଥିନ ବ୍ୟବହାର କରୁଥିବେ ତେବେ ସେମାନଙ୍କୁ ଜରିମାନା ଲଗାଯିବ।

କ୍ଷୀର ଓ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବ୍ୟବହୃତ ସିରିଞ୍ଜ, ମେଡିକାଲ ଉପକରଣ ଓ ଅନ୍ୟ ସାମଗ୍ରୀ ପାଇଁ ଏହି କଟକଣା ଲାଗୁ ହେବନାହିଁ।

ଯଦି କୌଣସି ବ୍ୟକ୍ତି କିମ୍ଵା ବ୍ୟବସାୟୀ ଏଥିରେ ଖିଲାପ କରନ୍ତି ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ନିୟମ ଖିଲାପ କଲେ ୫ ବର୍ଷ ଜେଲ ଓ ୧ଲକ୍ଷ ଟଙ୍କା ଜରିମାନ ଆଦାୟ କରାଯିବ।

Comment