ଓଡ଼ିଶାଲାଇଭ୍ ପଲିଟିକାଲ ବ୍ୟୁରୋ

ବିଜେପୁର ଉପ-ନିର୍ବାଚନ ପାଇଁ ତିନି ଦଳ ତାଙ୍କର ଷ୍ଟାର ପ୍ରଚାରକ ଘୋଷଣା କରିଛନ୍ତି। ଆଗାମୀ ବିଜେପୁର ଉପ-ନିର୍ବାଚନରେ ଏହି ନେତାମାନେ ଦଳ ପାଇଁ ପ୍ରଚାର କରିବେ।

ବିଜେଡିର ଷ୍ଟାର ପ୍ରଚାରକରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଆସନ୍ତା ୧୭ ଓ ୧୮ ତାରିଖରେ ବିଜେପୁରରେ ବିଜେଡି ପ୍ରାର୍ଥୀ ରିତା ସାହୁଙ୍କ ପାଇଁ ପ୍ରଚାର କରିବେ। ନବୀନଙ୍କ ସହ ଷ୍ଟାର ପ୍ରଚାରକ ତାଲିକାରେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ମଙ୍ଗଳା କିଷାନ, ପ୍ରଫୁଲ ମଲ୍ଲିକ, ରାଜା ସ୍ୱାଇଁ, ଦେବୀ ମିଶ୍ର ସାମିଲ ଅଛନ୍ତି। ଏହାସହ ପ୍ରଭାସ ସିଂ, ପ୍ରଭାତ ଆଦିତ୍ୟ ମିଶ୍ର ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଅଛନ୍ତି।

ସେହିପରି ବିଜେପୁରରେ ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କ ପାଇଁ ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଜେ ପି ନଡ୍ଡା, ପ୍ରଭାରୀ ଅରୁଣ ସିଂ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସ୍ମୃତି ଇରାନୀ, ପ୍ରତାପ ଷଡ଼ଙ୍ଗୀ, ଗିରିଧର ଗମାଙ୍ଗ, ଜୁଏଲ ଓରାମ, ବୈଜୟନ୍ତ ପଣ୍ଡା, ବସନ୍ତ ପଣ୍ଡା ପ୍ରଚାର କରିବେ।

ଅନ୍ୟପଟେ ବିଜେପୁରରେ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡାଙ୍କ ପାଇଁ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀଙ୍କ ସହ ପୁଅ ରାହୁଲ ଗାନ୍ଧୀ, ଝିଅ ପ୍ରିୟଙ୍କା ଗାନ୍ଧୀ ପ୍ରଚାର କରିବେ। ଏହାସହ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ, ପ୍ରଭାରୀ ଜିତେନ୍ଦ୍ର ସିଂହ, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏବଂ ବିଧାୟକ ନରସିଂହ ମିଶ୍ରଙ୍କୁ  ଦଳ ଷ୍ଟାର ପ୍ରଚାରକ ଭାବେ ଦାୟିତ୍ୱ ଦେଇଛି।

Comment