ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ୧୧ଟି ଜିଲ୍ଲାରେ ଆଜି ସନ୍ଧ୍ୟାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏହି ୧୧ଟି ଜିଲ୍ଲା ହେଉଛି ମୟୁରଭଞ୍ଜ, କେନ୍ଦୁଝର, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଏବଂ କଳାହାଣ୍ଡି ।

୧୧ଟି ଜିଲ୍ଲାଗୁଡ଼ିକରେ ମଧ୍ୟମ ଧରଣର ବର୍ଷା ହେବା ସହ ଘଡ଼ଘଡ଼ି ଓ ବଜ୍ରପାତ ମାରିବାର ସମ୍ଭାବନା ରହିଛି।

ଅନ୍ୟପଟେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅକ୍ଟୋବର ୯ରୁ ୧୧ ଯାଏଁ ପୂର୍ବ ଉତ୍ତର ଭାରତରେ ବର୍ଷା ଲାଗି ରହିବ।

Comment