ଓଡ଼ିଶାଲାଇଭ ବ୍ୟୁରୋ

ବସ୍‌କୁ ଧକ୍କା ଦେଲା ଟ୍ରକ। ଫଳରେ ୧୭ଜଣ ଲୋକ ଆହତ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ତେଲକୋଇ ନିକଟରେ। ଆହତମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

କେନ୍ଦୁଝରରୁ ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ କାଞ୍ଚିପାଣି ବାଳିକା ବିଦ୍ୟାଳୟ ନିକଟରେ ସାମ୍ନା ପଟୁ ଆସୁଥିବା ଏକ ଟ୍ରକ ଧକ୍କା ଦେଇଥିଲା। ଫଳରେ ୧୭ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି।

ଏହି ଘଟଣାରେ କେହି ମୃତାହତ ହୋଇନଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Comment