ଓଡ଼ିଶାଲାଇଭ୍‌ ବ୍ୟୁରୋ

ଉତ୍ତର ପ୍ରଦେଶ ମହମ୍ମଦାବାଦର ବଲିଦପୁର ଗାଁରେ ସୋମବାର ଗ୍ୟାସ୍‌ ସିଲିଣ୍ଡର ଫାଟି ଏକ ଦୁଇ ମହଲା କୋଠା ଭୁଶୁଡ଼ି ପଡ଼ିବାରୁ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୫ରୁ ଅଧିକ ଆହତ ହୋଇଛନ୍ତି।

ଭଙ୍ଗା କୋଠା ତଳେ ଆହୁରି କିଛି ଲୋକ ଚାପି ହୋଇ ରହିଥିବା ସନ୍ଦେହ କରାଯାଉଛି। ତେଣୁ ପ୍ରଶାସନ ପକ୍ଷରୁ ସେଠାରେ ଉଦ୍ଧାରକାର୍ଯ୍ୟ ଜାରି ରହିଛି।

ଏହି ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗଭୀର ଦୁଃଖ ପ୍ରକାଶ କରି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସୁବିଧାରେ ଆହତମାନଙ୍କୁ ଚିକିତ୍ସା କରିବା ଲାଗି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କର ଚିକିତ୍ସା କିପରି ସୁବିଧାରେ ହୋଇପାରିବ ସେ ନେଇ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।

Comment