ଓଡ଼ିଶାଲାଇଭ୍ ବ୍ୟୁରୋ

ସୁରକ୍ଷିତ ଗାଡ଼ି ଚାଳନା ନିମନ୍ତେ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ‘ବିଜୁ ଯୁବ ବାହିନୀ’ ପକ୍ଷରୁ ସାମାଜିକ କାର୍ଯ୍ୟକ୍ରମ ‘ରକ୍ଷକ’ ଶୁଭାରମ୍ଭ କରାଯାଇଛି। ଭୁବନେଶ୍ୱର ଏଜି ଛକରେ ଏହି କାର୍ଯ୍ୟକ୍ରମ ଶୁଭାରମ୍ଭ କରାଯାଇଥିଲା।

ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ବିଜୟ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା, ବିଜ୍ଞାନ ଓ କାରିଗରୀ, ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ରାଜ୍ୟସଭା ସାଂସଦ ଡକ୍ଟର ଅମର ପଟ୍ଟନାୟକ, ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ, ଭୁବନେଶ୍ୱର ପୌର ନିଗମର ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ, ବିଜୁ ଯୁବ ବାହିନୀର ସିଇଓ ମନୋଜ କୁମାର ପାଢ଼ୀ ପ୍ରମୁଖ ଯୋଗ ଦେଇଥିଲେ।

‘‘ରକ୍ଷକ ହେଉଛି ଏକ ସାମାଜିକ କାର୍ଯ୍ୟକ୍ରମ। ଆଗାମୀ ୧୦ ଦିନ ଧରି ଏହି କାର୍ଯ୍ୟକ୍ରମ ଚାଲିବ। ରାଜ୍ୟର ବିଭିନ୍ନ ପଞ୍ଚାୟତ ଓ ପୌରାଞ୍ଚଳରେ ଲୋକମାନଙ୍କୁ ସଚେତନ କରାଯିବ’’, କହିଛନ୍ତି ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ବିଜୟ କୁମାର ନାୟକ।

ବିଜୁ ଯୁବ ବାହିନୀର ଉପସଚିବ ବିଜୟାନନ୍ଦ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

Comment