ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୁବନେଶ୍ୱରରୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୨୦ ଜଣ ଯାତ୍ରୀ ଆହତ ହୋଇଥିବା ବେଳେ ୬ଜଣଙ୍କ ଅବସ୍ଥା ଗୁରୁତର ରହିଛି।

ଶୁକ୍ରବାର ‘ଇସ୍ପାତ୍’ ନାମକ ଏକ ଘରୋଇ ବସ୍ ଭୁବନେଶ୍ୱରରୁ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ଅଭିମୁଖେ ଯାତ୍ରା କରୁଥିଲା। ଗଜପତି ଜିଲ୍ଲା ଟିଟିସିଙ୍ଗି ନିକଟସ୍ଥ ମାର୍ଲଭା ଗାଁ ପାଖରେ ହଠାତ୍ ବସଟି ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଥିଲା।

ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ଖଜୁରିପଦା ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ଯାତ୍ରୀଙ୍କୁ ଉଦ୍ଧାର କରିଛି।  ଏହାସହ ଆହତ ଓ ଗୁରୁତର ବ୍ୟକ୍ତିଙ୍କୁ ସ୍ଥାନୀୟ ଖଜୁରିପଦା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି।

Comment