ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭୋଟ ଦେଉଛି ବିଜେପୁର। ବିଜେପୁର ବିଧାନସଭା ଉପନିର୍ବାଚନ ପାଇଁ ଚାଲିଛି ମତଦାନ। ତେବେ ସକାଳ ୯ଟା ସୁଦ୍ଧା ବିଜେପୁରରେ ୧୧ ପ୍ରତିଶତ ଭୋଟଦାନ ହୋଇଛି। ଏନେଇ ରାଜ୍ୟ ନର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳନ ପକ୍ଷରୁ ସୂଚନା ଦିଆଯାଇଛି।

ବିଜେପୁରରେ ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବାବେଳେ ଏହା ସନ୍ଧ୍ୟା ୫ଟା ଯାଏଁ ଚାଲିବ। ସମସ୍ତ ୨୮୫ଟି ପୁଲିଂ ବୁଥ୍‌ରେ ସୁରୁଖୁରୁରେ ଚାଲିଛି ମତଦାନ। ନିର୍ବାଚନକୁ ଦୃଷ୍ଟିରେ ରଖି ବିଜେପୁରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।

ଏଥର ବିଜେପୁର ମଇଦାନରେ ଅଛନ୍ତି ୫ ପ୍ରାର୍ଥୀ। ବିଜେଡିରୁ ରୀତା ସାହୁ, ବିଜେପିରୁ ସନତ ଗଡ଼ତିଆ ଏବଂ କଂଗ୍ରେସରୁ ଦିଲ୍ଲୀପ ପଣ୍ଡାଙ୍କ ସମେତ ଦୁଇ ଜଣ ସ୍ୱାଧୀନ ପ୍ରାର୍ଥୀ ଅଛନ୍ତି। ଏହି ନେତାଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ବିଜେପୁରବାସୀ। ତେବେ ବିଜେଡି ଏବଂ ବିଜେପି ପ୍ରାର୍ଥୀଙ୍କ ଭିତରେ କଡ଼ା ଟକ୍କର ହେଉଥିବା ପ୍ରଚାରରୁ ଜଣାପଡ଼ିଛି।

Comment