ଓଡ଼ିଶାଲାଇଭ ବ୍ୟୁରୋ

୨୩ ତାରିଖରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଫଳରେ ରାଜ୍ୟରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବ ବୋଲି ପାଣି ପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

୨୩ରେ ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାବେଳେ ୨୪ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକ ଜିଲ୍ଲା ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ୨୫ରେ କେନ୍ଦୁଝର, ମୟୂରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଓ ନୟାଗଡ଼ ଜିଲ୍ଲାରେ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି।

Comment