ଓଡ଼ିଶାଲାଇଭ ବ୍ୟୁରୋ

ନଭେମ୍ଵର ୨୧ ସୁଦ୍ଧା ଓଟିଇଟି ପରୀକ୍ଷା ଫଳ ପ୍ରକାଶ ପାଇବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବୈଠକରେ ବିଦ୍ୟାଲୟ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସମୀର ଦାଶ ଓଟିଇଟି ପରୀକ୍ଷା ତ୍ରୁଟି ସଂପର୍କରେ ଅନୁଦ୍ଧାନ କରିବାକୁ ମାଧ୍ୟମିକ ଶିକ୍ଷା ପରିଷଦକୁ ନିର୍ଦ୍ଦେଶ ଦେଇଛନ୍ତି।

ଓଟିଇଟି ପରୀକ୍ଷା ପାଇଁ ପ୍ରଶ୍ନପତ୍ରରେ ତ୍ରୁଟି ଥିବା ନେଇ ଅଭିଯୋଗ ହେବା ପରେ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ବିଭାଗୀୟ ମନ୍ତ୍ରୀ ସମେତ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ସମସ୍ତ ପ୍ରକ୍ରିୟା ଶେଷ ହେବା ପରେ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଥିଲେ।

Comment