ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଉରକେଲା ମଙ୍ଗଳଭବନ ନିକଟରେ ଥିବା ଏକ କପଡ଼ା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫଳରେ ଗୋଦାମରେ ଥିବା ପ୍ରାୟ ୭ ଲକ୍ଷ ଟଙ୍କାର କପଡ଼ା ପୋଡ଼ି ଜଳି ପାଉଁଶ ହୋଇଯାଇଛି।

ଖବର ପାଇ ଘଟଣାସ୍ଥଳରେ ଦୁଇଟି ଦମକଳ ଗାଡ଼ି ଆସି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା ଜାରି ରଖିଛନ୍ତି। ରବିବାର ବିଳମ୍ବିତ ରାତିରେ କପଡ଼ା ଗୋଦାମରେ ନିଆଁଲାଗି ଥିଲା। ତେବେ କେଉଁ କାରଣ ଏଭଳି ଘଟଣା ଘଟିଲା ତାହା ଜଣାପଡ଼ିନାହିଁ।

ଅନ୍ୟପକ୍ଷରେ ଦୋକାନରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନଥିବାରୁ ଏତେ ବଡ଼ ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

Comment