ଓଡ଼ିଶାଲାଇଭ୍‌ ବ୍ୟୁରୋLokaseva Bhawan

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ସୋମବାର ସନ୍ଧ୍ୟା ୬ଟାରେ ଲୋକସେବା ଭବନରେ ବସିବ।  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବୈଠକର ଅଧ୍ୟକ୍ଷତା କରିବେ। ଏହି ବୈଠକରେ ୧୧ଟି ପ୍ରସ୍ତାବ ଉପରେ ଆଲୋଚନା କରାଯିବ ବୋଲି ଜଣାପଡ଼ିଛି।

ଏହି ପ୍ରସଙ୍ଗ ହେଲା ଓଡ଼ିଶା ହିନ୍ଦୁ ରିଲିଜିୟସ୍ ଏଣ୍ଟାଓମେଣ୍ଟ ଆକ୍ଟରେ ସଂଶୋଧନ, ୧୯ଟି ଶିକ୍ଷାନୁଷ୍ଠାନକୁ ଅନୁସୂଚିତ ଜାତି ଓ ଜନଜାତି ବିଭାଗ ନିୟନ୍ତ୍ରଣକୁ ନେବା, ଓଡ଼ିଶା ଶ୍ରମ ଆଇନରେ ସଂଶୋଧନ, ୫ଟି ଜିଲ୍ଲା ଯଥା ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜରେ ମେଗା ପାଇପ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପକୁ ମଞ୍ଜୁରୀ, ଅନୁସୂଚିତ ଜାତି ଓ ଜନଜାତି ବିଭାଗ ନିୟନ୍ତ୍ରଣକୁ ୧୯ଟି ଶିକ୍ଷାନୁଷ୍ଠାନ ହସ୍ତାନ୍ତର ଆଦି ରହିଛି।

Comment