ଓଡ଼ିଶାଲାଇଭ୍‌ ବ୍ୟୁରୋ

ଆଜି ୬୦ତମ ପୋଲିସ ସହିସ ଦିବସ। ଦେଶବ୍ୟାପି ଏନେଇ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେଇ ଗୃହମନ୍ତ୍ରୀ ଅମିତ ଶାହ ସହିଦ ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

‘‘ସୀମାରେ ଯବାନଙ୍କ ଭଳି ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସମ୍ଭାଳିଛନ୍ତି ପୋଲିସ୍‌। ରାଷ୍ଟ୍ରର ସୁରକ୍ଷାରେ ଏମାନଙ୍କ ଭୂମିକା ବେଶ୍‌ ଗୁରୁତ୍ୱପୂର୍ଣ୍ଣ’’, କହିଛନ୍ତି ଗୃହମନ୍ତ୍ରୀ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନ୍ୟାସନାଲ ପୋଲିସ ମେମୋରିଆଲ ଯାଇ ସହିଦ ପୋଲିସଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

ସେହିପରି ଭୁବନେଶ୍ୱର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ଆୟୋଜିତ ହୋଇଛି ସ୍ୱତନ୍ତ୍ର କାର୍ଯ୍ୟକ୍ରମ।        ଏହି କାଯ୍ୟକ୍ରମରେ ଓଡ଼ିଶା ପୋଲିସର ବହୁ ବରିଷ୍ଠ ପୋଲିସ ଅଧିକାର ସାମିଲ ହୋଇଛନ୍ତି।

Comment