ଓଡ଼ିଶାଲାଇଭ୍ ବ୍ୟୁରୋ

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁଯାୟୀ, ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଆଡ଼କୁ ଗତି କରିବ। ଫଳରେ ଆସନ୍ତାକାଲିଠାରୁ ୨୫ ତାରିଖ ପର୍ଯ୍ୟନ୍ତ ଆନ୍ଧ୍ରଉପକୂଳ ସମେତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ବୁଧବାର ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡ଼ା, ପୁରୀ, କନ୍ଧମାଳ, ନୟାଗଡ଼, ନୂଆପଡ଼ା, ବଲାଙ୍ଗିର ଜିଲ୍ଲାରେ ପ୍ରଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୨୪ ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଏବଂ କଟକ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ଅକ୍ଟୋବର ୨୫ରେ ରାଜ୍ୟର କେନ୍ଦୁଝର, ମୟୁରଭଞ୍ଜ, କଟକ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର ଏବଂ ନୟାଗଡ଼ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜରିଆରେ ସମ୍ପୃକ୍ତ ଜିଲ୍ଲାଗୁଡ଼ିକର ଜିଲ୍ଲାପାଳଙ୍କୁ ସତର୍କ ରହିବା ପାଇଁ ସୂଚନା ଦେଇଛନ୍ତି।


















