ଓଡ଼ିଶାଲାଇଭ୍ ବ୍ୟୁରୋ

ଏଣିକି ପ୍ରଥମରୁ ଅଷ୍ଟମ ଶ୍ରେଣୀ ପଢୁଥିବା ଛାତ୍ରଛାତ୍ରୀମାନଙ୍କ ପାଇଁ ଏକକ ପରୀକ୍ଷା ବ୍ୟବସ୍ଥା ଲାଗୁ ହୋଇଛି। ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି।

ଏହି ବ୍ୟବସ୍ଥାରେ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ଛାତ୍ରଛାତ୍ରୀମାନେ ଗୋଟିଏ ପ୍ରଶ୍ନପତ୍ରରେ ପରୀକ୍ଷା ଦେବେ। ପୂର୍ବରୁ ପ୍ରତି ଜିଲ୍ଲା ସ୍ତରରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେଉଥିବାରୁ ଏଥିରେ ଭିନ୍ନତା ଦେଖାଯାଉଥିଲା।

ତେଣୁ ଚଳିତ ବର୍ଷରୁ ହେବାକୁ ଥିବା ଅର୍ଦ୍ଧବାର୍ଷିକ ଓ ବାର୍ଷିକ ପରୀକ୍ଷାରେ ଏହି ନୂଆ ବ୍ୟବସ୍ଥା ଲାଗୁ କରାଯିବ। ଏଥିପାଇଁ ପ୍ରଶ୍ନପତ୍ର ଛପା ସରିଛି। ରାଜ୍ୟରେ ବର୍ତ୍ତମାନ ପ୍ରଥମରୁ ଅଷ୍ଟମ ଶ୍ରେଣୀରେ ସରକାରୀ ସ୍ତରରେ ୪୬ଲକ୍ଷ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ତେଣୁ ଏମାନଙ୍କ ପାଇଁ ମୋଟ୍ ୩କୋଟି ୬୦ଲକ୍ଷ ପ୍ରଶ୍ନପତ୍ର ପ୍ରସ୍ତୁତ ହୋଇସାରିଛି।

Comment