ଓଡ଼ିଶାଲାଇଭ୍ ବ୍ୟୁରୋ

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ନୀତି ପାଇଁ ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ। ଏହି ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ସହ ଅନ୍ୟ ନୀତି କରାଯିବ।

ଶ୍ରୀମନ୍ଦିର ପ୍ରଶାସନଙ୍କ ସୂଚନା ଅନୁଯାୟୀ, ଦ୍ୱିତୀୟ ଭୋଗମଣ୍ଡପ ପରେ ଏହି ନୀତି ଆରମ୍ଭ ହେବ। ଅପରାହ୍‌ଣ ୪ଟାରୁ ରାତି ୮ ପର୍ଯ୍ୟନ୍ତ ବନକଲାଗି ନୀତି ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ଏହି ୪ଟାରୁ ୮ଟା ପର୍ଯ୍ୟନ୍ତ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ରାତି ୮ଟା ପରେ ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ।

Comment