ଓଡ଼ିଶାଲାଇଭ୍ ବ୍ୟୁରୋ

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଅବପାତରେ ପରିଣତ ହେବ। ଏହି ଲଘୁଚାପ ପ୍ରଭାବରେ ୨୩ରୁ ୨୫ ପର୍ଯ୍ୟନ୍ତ ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ ଓ କର୍ଣ୍ଣାଟକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ୨୩ ଓ ୨୪ ତାରିଖରେ ଓଡ଼ିଶା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

୨୪ ତାରିଖରେ ଓଡ଼ିଶା ସମେତ କର୍ଣ୍ଣାଟକ, ଛତିଶଗଡ଼, ଝାଡ଼ଖଣ୍ଡ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ।

ଅନ୍ୟପଟେ ୨୩ ଏବଂ ୨୪ ତାରିଖରେ ୧୫ଟି ଜିଲ୍ଲାକୁ ସତର୍କ ରହିବାକୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବୁଲେଟିନ୍‌ ଜାରି କରାଯାଇଛି।

ଏହି ଜିଲ୍ଲାଗୁଡ଼ିକ ହେଉଛି ନବରଙ୍ଗପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, ପୁରୀ, ଖୋର୍ଦ୍ଧା, କଟକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Comment