ଓଡ଼ିଶାଲାଇଭ୍‌ ବ୍ୟୁରୋ

କଟକ କାଠଯୋଡ଼ିକୁ ଡେଇଁଥିବା ଯୁବକଙ୍କ ମୃତଦେହ ବୁଧବାର ଉଦ୍ଧାର ହୋଇଛି। ତ୍ରିଶୁଳିଆ ବ୍ରିଜ ନିକଟରୁ ହିଁ ତାଙ୍କ ମୃତଦେହ ଉଦ୍ଧାର କରିଛନ୍ତି ଅଗ୍ନିଶମ କର୍ମଚାରୀ। ମୃତକ ହେଲେ ଦେବବ୍ରତ ମାଝୀ। ତାଙ୍କ ଘର ଭୁବନେଶ୍ୱରରେ ବୋଲି ଜଣାପଡ଼ିଛି।

ମଙ୍ଗଳବାର ଯୁବକ ଜଣକ ତ୍ରିଶୁଳିଆ ବ୍ରିଜ ଉପରେ ବାଇକ ରଖି ନଈକୁ ଡେଇଁ ପଡ଼ିଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ବାରଙ୍ଗ ପୋଲିସ ଓ ଓଡ୍ରାଫ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ।

Comment