ଓଡ଼ିଶାଲାଇଭ୍‌ ବ୍ୟୁରୋ

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ କୃତ୍ରିମ ବନ୍ୟା ସୃଷ୍ଟି ହେବା ସହ ଘରେ ପାଣି ପସିଥିବା ଖବର ଆସୁଛି। ତେବେ ଆସନ୍ତାକାଲି ସୁଦ୍ଧା ରାଜ୍ୟରେ ପ୍ରବଳରୁ ଅତିପ୍ରଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ୫ଟି ଜିଲ୍ଲାକୁ ରେଡ୍‌ ୱାର୍ଣ୍ଣିଂ ଜାରି କରିଛି।

ସତର୍କ ଜାରି ହୋଇଥିବା ଜିଲ୍ଲାଗୁଡ଼ିକ ହେଲେ ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଏବଂ ପୁରୀ। ଏହିସବୁ ଜିଲ୍ଲାଗୁଡ଼ିକୁ ଆସନ୍ତାକାଲି ପର୍ଯ୍ୟନ୍ତ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପ୍ରଳ ବର୍ଷା ସମ୍ଭାବନା ନେଇ ୨୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର, କନ୍ଧମାଳ, ଗଜପତି ଜିଲ୍ଲାକୁ ୟେଲ୍ଲୋ ୱାର୍ଣ୍ଣିଂ ଜାରି ହୋଇଛି। ରାଜ୍ୟରେ ଆହୁରି ୨୪ ଘଣ୍ଟା ବର୍ଷା ହେବାର ସମ୍ଭାବନା ରହିଛି।ତେବେ ରାଜ୍ୟରେ ବନ୍ୟା ହେବା ଭଳି ସ୍ଥିତି ନଥିବା ଏସ୍‌ଆରସି କହିଛନ୍ତି। ଅନ୍ୟପକ୍ଷରେ ଆସନ୍ତାକାଲିଠୁ ବର୍ଷାର ପରିମାଣ କମିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Comment