ଓଡ଼ିଶାଲାଇଭ୍‌ ବ୍ୟୁରୋ

ରାଜ୍ୟରେ ଲଗାଣ ବର୍ଷା ଯୋଗୁଁ ସ୍ଥିତି ବେହାଲ ହେବାରେ ଲାଗିଛି। ଅନେକ ସ୍ଥାନ ପାଣି ଜମି ରହିଥିବା ବେଳେ ବିଭିନ୍ନ ସ୍ଥାନରେ ଘରେ ପାଣି ପସିଥିବା ଖବର ଆସିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ୮ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।

ଛୁଟି ଘୋଷଣା କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା କଟକ, ଗଞ୍ଜାମ, ଗଜପତି, ଭଦ୍ରକ, ଢେଙ୍କାନାଳ, କେନ୍ଦ୍ରାପଡ଼ା, ପୁରୀ ଓ ଯାଜପୁର। ଲଗାଣ ବର୍ଷା ଯୋଗୁଁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରିଛନ୍ତି।

ଯାଜପୁର ଜିଲ୍ଲାରେ ଗୁରୁବାର ଓ ଶୁକ୍ରବାର ଦୁଇ ଦିନିଆ ଛୁଟି ଘୋଷଣା ହୋଇଛି।

ଅନ୍ୟପକ୍ଷରେ ଲଗାଣ ବର୍ଷା ଯୋଗୁଁ ରାଜ୍ୟରେ ବନ୍ୟା ସ୍ଥିତି ନଥିବା ସ୍ୱତନ୍ତ୍ର ରିଲିଫ୍‌ କମିସନର ସୂଚନା ଦେଇଛନ୍ତି। ଲଘୁଚାପ ପ୍ରଭାବରୁ ଆସନ୍ତାକାଲି ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Comment