ଓଡ଼ିଶାଲାଇଭ୍ ବ୍ୟୁରୋ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବୁଧବାରଠୁ ଲାଗି ରହିଛି ବର୍ଷା। ଏଥିପାଇଁ ବିଭିନ୍ନ ସ୍ଥାନରେ ପାଣି ଜମିବା ସହ ଯାତାୟାତରେ ବାଧାପ୍ରାପ୍ତ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଗଜପତି ଓ ଭଦ୍ରକ ଜିଲ୍ଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।

ଲଗାଣ ବର୍ଷା ଯୋଗୁଁ ଏହି ୩ଟି ଜିଲ୍ଲାର ସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ରକୁ ଜିଲ୍ଲାପାଳ ଛୁଟି ଘୋଷଣା କରିଛନ୍ତି। କିନ୍ତୁ ସମସ୍ତ ଶିକ୍ଷକ, କର୍ମଚାରୀଙ୍କୁ ଉପସ୍ଥିତ ଣହିବାକୁ ନିର୍ଦ୍ଦେଶ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here