ଓଡ଼ିଶାଲାଇଭ ବ୍ୟୁରୋ

ପୁଣି ଛାତ୍ରଛାତ୍ରୀଙ୍କ ପାଇଁ କାଳ ହେଲା ମଧ୍ୟାହ୍ନ ଭୋଜନ। ମଧ୍ୟାହ୍ନ ଭୋଜନ ଖାଇ ୫୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ ଲୋକାପଡ଼ା ପ୍ରାଥମିକ ବିଦ୍ୟାଳୟରେ।

ଲୋକାପଡ଼ା ପ୍ରାଥମିକ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଖାଇବା ପରେ ଛାତ୍ରଛାତ୍ରୀମାନେ ପ୍ରବଳ ବାନ୍ତି କରିଥିଲେ। ପରେ ୫୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଥିଲେ। ପରେ ସେମାନଙ୍କୁ ମନମୁଣ୍ଡା ଗୋଷ୍ଠୀ ସ୍ଵାସ୍ଥକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ଛାତ୍ରଛାତ୍ରୀଙ୍କୁ ନିମ୍ନମାନର ଖାଇବା ଦିଆଯାଉଥିବା ଅଭିଯୋଗରେ ପରିବାର ଲୋକ ଅଭିଯୋଗ କରିଥିଲେ। ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏନେଇ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେବାକୁ ଅଭିଭାବକମାନେ ଦାବି କରିଛନ୍ତି।

Comment