ଓଡ଼ିଶାଲାଇଭ୍‌ ବ୍ୟୁରୋ

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଶୁକ୍ରବାର ମଧ୍ୟ ରାଜ୍ୟରେ ବର୍ଷ ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୧୧ ଜିଲ୍ଲାରେ ସ୍କୁଲ ବନ୍ଦ ଘୋଷଣା ହୋଇଛି।

ପୂର୍ବରୁ ୧୦ ଜିଲ୍ଲାରେ ଛୁଟି ଘୋଷଣା ହୋଇଥିଲା ବେଳେ ଆଜି ଆଉ ମୟୂରଭଞ୍ଜ ଜିଲ୍ଲାରେ ବି ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ।

ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଜଗତସିଂହପୁର ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ ରହିଛି।

Comment