ଓଡ଼ିଶାଲାଇଭ୍ ବ୍ୟୁରୋ

କଟକ ଭିଜିଲାନ୍ସ ଅଫିସ୍ ପରିସରରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହର ଶୁଭାରମ୍ଭ କରାଯାଇଛି। ଭିଜିଲାନ୍ସ ଅଫିସର ନିର୍ଦ୍ଦେଶକ ତଥା ବରିଷ୍ଠ ଆଇପିଏସ ଅଧିକାରୀ ଡକ୍ଟର ଦେବାଶିଷ ପାଣିଗ୍ରାହୀ ଏହି କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ଶପଥ ପାଠ କରାଇଛନ୍ତି।

ଅକ୍ଟୋବର ୨୮ ତାରିଖରୁ ନଭେମ୍ବର ୨ ତାରିଖ ପର୍ଯ୍ୟନ୍ତ ଏହି ଦୁର୍ନୀତି ନିବାରଣ ସପ୍ତାହ ପାଳନ କରାଯିବ। ପ୍ରତିବର୍ଷ ଅକ୍ଟୋବର ଶେଷ ସପ୍ତାହରେ କେନ୍ଦ୍ରୀୟ ଦୁର୍ନୀତି ନିବାରଣ କମିଶନ ପକ୍ଷରୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହୋଇଥାଏ।

ସରକାରୀ ଅଧିକାରୀ,କର୍ମଚାରୀ ଓ ସାଧାରଣ ଲୋକଙ୍କ ମଧ୍ୟରେ ଦୁର୍ନୀତି ହ୍ରାସ ନେଇ ସଚେତନତା ସୃଷ୍ଟି କରିବାକୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ କରାଯାଉଛି।

Comment