ଓଡ଼ିଶାଲାଇଭ ବ୍ୟୁରୋ

ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ। ଏହା ଆସନ୍ତା ୪୮ ମଧ୍ୟରେ ଲଘୁଚାପର ରୂପ ନେବ। ଲଘୁଚାପ ୨୪ ଘଣ୍ଟା ଅବପାତରେ ପରିଣତ ହେବ ସହ ପୂର୍ବ-କେନ୍ଦ୍ରିୟ ବଙ୍ଗୋପସାଗରକୁ ମୁହାଁଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ତେବେ ଓଡ଼ିଶା ଉପରେ ଏହାର ପ୍ରଭାବ ନେଇ ଏପର୍ଯ୍ୟନ୍ତ ସ୍ପଷ୍ଟ କରାଯାଇନଥିଲେ ମଧ୍ୟ ଆସନ୍ତା ୬ ତାରିଖରୁ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ ରିପୋର୍ଟରୁ କୁହାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟରେ ପାଗ ମେଘୁଆ ରହିବା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ।

ଲଘୁଚାପ ପ୍ରଭାବରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ସୂଚନା ମିଳିଛି।

Comment