ଓଡ଼ିଶାଲାଇଭ୍‌ ବ୍ୟୁରୋ

ଶ୍ରୀମନ୍ଦିର ସଂସ୍କାର ମାମଲାରେ ଆସିଲା ମଧ୍ୟବର୍ତ୍ତିକାଳୀନ ରାୟ। ସୁପ୍ରିମ୍‌କୋର୍ଟର ଜଷ୍ଟିସ୍‌ ଅରୁଣ ମିଶ୍ରଙ୍କ ଖଣ୍ଡପୀଠରେ ଏହି ରାୟ ପ୍ରକାଶ ପାଇଛି। ରାୟରେ ୨୨ଟି ନିର୍ଦ୍ଦେଶନାମା ଜାରି କରିଛନ୍ତି ସୁପ୍ରିମ୍‌କୋର୍ଟ।

ଏହି ନିର୍ଦ୍ଦେଶନାମାରେ ଶ୍ରୀମନ୍ଦିର ଲାଗି ଜଣେ ପୂର୍ଣ୍ଣକାଳୀନ ପ୍ରଶାସକ ନିଯୁକ୍ତି ଓ ଦର୍ଶନ ଲାଗି ଆସୁଥିବା ଭକ୍ତଙ୍କ ପାଇଁ ରହଣି ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି।

ସେହିପରି ସହରର ନାଳନର୍ଦ୍ଦମା ପାଣି ପାଇଁ ଟ୍ରିଟମେଣ୍ଟପ୍ଲାଣ୍ଟ ଓ ଜଗନ୍ନାଥ ସଂସ୍କୃତି ପ୍ରଚାର ପାଇଁ ସ୍କୁଲ କଲେଜ ପ୍ରତିଷ୍ଠା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମ୍‌କୋର୍ଟ। ତେବେ ଏହି ସ୍କୁଲକୁ ଶ୍ରୀମନ୍ଦିର ପ୍ରଶାସନ ଓ ରାଜ୍ୟ ସରାକର ମିଶି ପ୍ରତିଷ୍ଠା କରିବେ।

Comment