ଓଡ଼ିଶାଲାଇଭ୍ ବ୍ୟୁରୋ

ବାତ୍ୟା ବୁଲ୍‌ବୁଲ୍‌ ଉଗ୍ର ରୂପ ନେଇ ପଶ୍ଚିମବଙ୍ଗ ଓ ବାଂଲାଦେଶ ମୁହାଁ ହେଉଛି। ଭାରତୀୟ ପାଣିପାଗ ବିଭାଗର ତାଜା ରିପୋର୍ଟ ଅନୁସାରେ, ବୁଲ୍‌ବୁଲ୍‌ ସୁନ୍ଦରବନ ଦେଇ ଗତି କରିବ ଏବଂ ଏହା ୧୦ ତାରିଖରେ ଲ୍ୟାଣ୍ଡଫଲ କରିବ। ଲ୍ୟାଣ୍ଡଫଲ ସମୟରେ ପବନର ବେଗ ଘଣ୍ଟାପ୍ରତି ୧୧୦ରୁ ୧୨୦ କିଲୋମିଟର ରହିବ।

ପ୍ରଶାସନ ପକ୍ଷରୁ ସବୁ ବନ୍ଦରକୁ ୩ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ବାତ୍ୟା ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆରମ୍ଭ ହୋଇଯାଇଛି ବର୍ଷା।

ଆଇଏମଡିର ୮.୩୦ର ଫଟୋ

ଆଇଏମ୍‌ଡିର ୮.୩୦ ଚିତ୍ର ଅନୁଯାୟୀ, ବୁଲ୍‌ବୁଲ୍‌ ପାରାଦୀପଠାରୁ ପ୍ରାୟ ୩୫୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୨ କିଲୋମିଟର ବେଗରେ ପଶ୍ଚିମବଙ୍ଗ ଆଡ଼କୁ ଏହା ଗତି କରୁଛି।

୯ ତାରିଖରେ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ, କେନ୍ଦ୍ରାପଡ଼ା, ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। କଟକ, ଖୋର୍ଦ୍ଧା, ଯାଜପୁର ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାଗୁଡ଼ିକରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

Comment