ଓଡ଼ିଶାଲାଇଭ୍‌ ବ୍ୟୁରୋ

ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀ ଆଜି ୯୨ ବର୍ଷ ବୟସରେ ପାଦ ଦେଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ଭଲ ସ୍ୱାସ୍ଥ୍ୟର କାମନା କରିଛନ୍ତି।

ସେହିପରି ଗୃହମନ୍ତ୍ରୀ ଅମିତ ଶାହ ମଧ୍ୟ ଟୁଇଟ କରି ଆଡଭାନୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଦେଇଛନ୍ତି।  ମୋଦୀ, ଶାହଙ୍କ ସମେତ ଅନ୍ୟ ଦଳୀୟ ନେତା କର୍ମୀ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

୧୯୨୭ ଆଜିର ଦିନରେ ଜନ୍ମ ହୋଇଥିଲେ ଆଡଭାନୀ। ଭାରତୀୟ ରାଜନୀତିରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସେ ତାଙ୍କ ରାଜନୈତିକ କ୍ୟାରିୟର ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘର ଜଣେ ଭଲ୍ୟୁଣ୍ଟର ଭାବେ ଆରମ୍ଭ କରିଥିଲେ। ଧୀରେ ଧୀରେ ସେ ରାଜନୀତିରେ ସକ୍ରିୟ ହୋଇଥିଲେ।

Comment