ଓଡ଼ିଶାଲାଇଭ୍ ବ୍ୟୁରୋ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜିଠୁ ଚାରି ଦିନିଆ ଦିଲ୍ଲୀ ଗସ୍ତରେ ଯାଇଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ନୂଆଦିଲ୍ଲୀସ୍ଥିତ ଓଡ଼ିଶା ଭବନରେ ଏକ ଉଚ୍ଚ ସ୍ତରୀୟ ବୈଠକରେ ଯୋଗ ଦେବେ।

କେନ୍ଦ୍ର ସରକାରରେ ପଡ଼ି ରହିଥିବା ରାଜ୍ୟର ବିଭିନ୍ନ ବିଲ୍‌ ଓ ପ୍ରକଳ୍ପ କାର୍ଯ୍ୟ ସହ କେନ୍ଦ୍ରୀୟ ଅନୁଦାନ ଆଦି ପ୍ରସଙ୍ଗର ସମୀକ୍ଷା କରିବେ। ଏହାସହ କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ସୋମବାର ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ।

ଦିଲ୍ଲୀ ଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ କେନ୍ଦ୍ର କୋଇଲା ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ଲୋକସେବା ଭବନରେ ଭେଟିଥିଲେ। ଏହାସହ ମନ୍ତ୍ରୀ ପରିଷଦ ବୈଠକରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ।

Comment