ଓଡ଼ିଶାଲାଇଭ୍ ବ୍ୟୁରୋ

ପାରାଦୀପଠାରୁ ୧୧୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହେଉଛି ବାତ୍ୟା ବୁଲ୍‌ବୁଲ୍‌। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଦିଗକୁ ଘଣ୍ଟାପ୍ରତି ୧୩ କିଲୋମିଟର ବେଗରେ ଗତି କରୁଛି। ଶନିବାର ମଧ୍ୟ ରାତ୍ରୀ ସୁଦ୍ଧା ବାତ୍ୟା ସୁନ୍ଦରବନର ଡେଲ୍‌ଟା ଅଞ୍ଚଳରେ ଲ୍ୟାଣ୍ଡଫଲ କରିବ।

ବୁଲ୍‌ବୁଲ୍‌ ପ୍ରଭାବରେ ରାଜ୍ୟର ଉତ୍ତର ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ବଢ଼ିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିଛି। ତେବେ କେନ୍ଦ୍ରାପଡ଼ାର ରାଜନଗରରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ରାଜନଗରରେ ୧୮୦.୮ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ରାଜକନିକାରେ ୧୩୬.୦ ମିଲିମିଟର ବର୍ଷା ହେଉଥିବା ବେଳେ ଭଦ୍ରକର ଚାନ୍ଦବାଲିରେ ୧୫୦.୧ ମିଲିମିଟର ରେକର୍ଡ କରାଯାଇଛି।

ଭାରତୀୟ ପାଣିପାଗ ବିଭାଗର ୯ଟା ହୋଇଥିବା ବୁଲେଟିନ୍‌ ଅନୁଯାୟୀ, ଆଜି ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଏବଂ ଜଗତସିଂହପୁରରେ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇଛି। ସେହିପରି ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି।

Comment